Skip to main content

ରାବଣ ପୋଡ଼ି କାହିଁକି କରାଯାଏ ?

ସର୍ବପ୍ରଥମେ ଭଗବାନ ଶ୍ରୀରାମ ଶାରଦୀୟ ନବରାତ୍ରୀ ପୂଜା ଆରମ୍ଭ କରିଥିଲେ। ସେ ଲଙ୍କାର ରାଜା ରାବଣଙ୍କ ଉପରେ ବିଜୟଲାଭ କରିବା କାମନାରେ ଲଙ୍କାର ସମୁଦ୍ର କୂଳରେ ଏହି ପୂଜା କରିଥିଲେ। 

ଲଗାତାର ୯ ଦିନ ପର୍ଯ୍ୟନ୍ତ ପୂଜା ମା’ଙ୍କର ଉପାସନା କରିବା ପରେ  ଦଶମୀ ଦିନ ସେ ଲଙ୍କା ବିଜୟ ପାଇଁ ପ୍ରସ୍ଥାନ କରିଥିଲେ। ଯାହାପରେ ରାବଣ ସହ ଭୟଙ୍କର ଯୁଦ୍ଧ ହୋଇଥିଲା ଓ ଶେଷରେ ପ୍ରଭୁ ଶ୍ରୀରାମଙ୍କର ବିଜୟ ହୋଇଥିଲା। 

ବାସ୍‌ ସେବେଠୁ ଅସତ୍ୟ ଓ ଅଧର୍ମ ଉପରେ ଧର୍ମ ଓ ସତ୍ୟର ଜୟର ପର୍ବ ଦଶହରା ପାଳନ କରାଯାଏ ଓ ଦଶହରାର ପୂର୍ବ ୯ ଦିନକୁ ନବରାତ୍ରୀ ଭାବେ ପାଳନ କରାଯାଏ।। ଦଶହରାରେ ପ୍ରଭୁ ଶ୍ରୀରାମ ରାବଣର ବଦ୍ଧ କରିଥିବାରୁ  ଏହିଦିନ ରାବଣ ପୋଡ଼ି ଉତ୍ସବ ପାଳନ କରାଯାଏ।

ଜୟ ଶ୍ରୀ ରାମ